ସରକାରଙ୍କ ଠାରୁ ଅନୁମତି ପାଇଲେ ୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର

ପୁରୀ: ଚଳିତ ମାସ ୧୪ ତାରିଖରେ ଭିତର ରତ୍ନଭଣ୍ଡାର ଖୋଲିବ । ଏନେଇ ରତ୍ନଭଣ୍ଡାର ଯାଞ୍ଚ କମିଟି ବୈଠକରେ ନିଷ୍ପତ୍ତି ହେଇଛି । ରତ୍ନଭଣ୍ଡାର କମିଟିର ଅଧ୍ୟକ୍ଷ ବିଶ୍ୱନାଥ ରଥ କହିଛନ୍ତି, ଯେକୌଣସି ଉପାୟରେ ହେଉ ନା କାହିଁକି ୧୪ ତାରିଖରେ ରତ୍ନଭଣ୍ଡାର ଖୋଲାଯିବ । ଚାବିରେ ରତ୍ନଭଣ୍ଡାର ନଖୋଲିଲେ ବି, ରତ୍ନଭଣ୍ଡାର ଖୋଲିବ ବୋଲି ସେ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ରତ୍ନଭଣ୍ଡାରର ଉଭୟ ଗଣତି ଓ ମଣିତ ହେବା ସହିତ ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ସ୍ଥାନ ଚିହ୍ନଟ କରାଯାଇଛି । ଏନେଇ ସରକାରଙ୍କ ଅନୁମତିକୁ ଅପେକ୍ଷା ବୋଲି ସେ କହିଛନ୍ତି । କିନ୍ତୁ ସେପଟେ ଠାକୁରଙ୍କ ନୀତିକାନ୍ତି ଓ ଭକ୍ତଙ୍କ ଦର୍ଶନରେ ବାଧା ଯେପରି ନ ଉପୁଜେ ସେଥିପ୍ରତି ଦୃଷ୍ଟି ଦିଆଯିବ ବୋଲି କହିଛନ୍ତି ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ।