ଶ୍ରୀକ୍ଷେତ୍ରରେ RBI ଗଭର୍ଣ୍ଣର

ଗୋପ(ଜୟନ୍ତ କୁମାର ସେଠୀ): ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା । ମହାପ୍ରଭୁଙ୍କ ଦର୍ଶନ ପରେ ବେଢା ପରିକ୍ରମା କରି ମା ବିମଳା, ମା ମହାଲକ୍ଷ୍ମୀ ଓ ବଟ ଗଣେଶଙ୍କୁ ଦର୍ଶନ କରିଥିଲେ ଶକ୍ତିକାନନ୍ତ । ଏହା ସହିତ ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ନେଇ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ଆଲୋଚନା କରିଥିଲେ । ତେବେ ଗଭର୍ଣ୍ଣର ଶକ୍ତିକାନ୍ତ ସପରିବାର ମହାପ୍ରଭୁଙ୍କ ଦର୍ଶନ କରି ବେଶ ଭାବ ବିହ୍ୱଳ ହୋଇପଡିଥିଲେ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ଖଣ୍ଡୁଆ, ନାଗାର୍ଜୁନ ବେଶର ପଟ୍ଟଚିତ୍ର ଓ ମହାପ୍ରଭୁଙ୍କ ପ୍ରତିମୂର୍ତ୍ତିର ସ୍ମାରକୀ ଆରବିଆଇ ଗଭର୍ଣ୍ଣରଙ୍କୁ ଉପହାର ଦିଆଯାଇଥିଲା ।