ଭୁବନେଶ୍ବର : ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଏହି ପରିପ୍ରେକ୍ଷୀରେ ବିଶିଷ୍ଟ ଶିଳ୍ପପତି ତଥା ରିଲାୟନ୍ସ ଗ୍ରୁପର ମୁଖ୍ୟ ମୁକେଶ ଅମ୍ବାନୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ସାକ୍ଷାତ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ଏକ ବୟାନରେ କୁହାଯାଇଛି ଯେ ଓଡ଼ିଶାରେ ରିଲାଏନ୍ସ ଗ୍ରୁପର ଭବିଷ୍ୟତ ନିବେଶ ଯୋଜନା ସଂପର୍କରେ ଆଲୋଚନା କରାଯାଇଥିଲା । ଆଲୋଚନାରେ ଓଡିଶାରେ ମୁକେଶ ଆମ୍ବାନୀ ନିବେଶ କରିବା ନେଇ ଆଗ୍ରହ ପ୍ରକାଶ କରିଛନ୍ତି ଏବଂ ରାଜ୍ୟ ସରକାରଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ ଓ ଶିଳ୍ପ ସଚିବ ହେମନ୍ତ ଶର୍ମା ଉପସ୍ଥିତ ଥିଲେ ।
ଏହା ପୂର୍ବରୁ ଗତବର୍ଷ ସେପ୍ଟେମ୍ବର ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ଦେଶର ପ୍ରମୁଖ ଶିଳ୍ପପତିମାନଙ୍କୁ ଭେଟି ମେକ ଇନ ଓଡ଼ିଶା କନକ୍ଲେଭକୁ ଆମନ୍ତ୍ରଣ କରିଥିଲେ । କିନ୍ତୁ ସେଥର ମୁଖ୍ୟମନ୍ତ୍ରୀ ଓ ମୁକେଶ ଅମ୍ବାନିଙ୍କ ମଧ୍ୟରେ ସାକ୍ଷାତ ହୋଇନଥିଲା ।