ରାଜ୍ୟବାସୀଙ୍କୁ ଅନୁରୋଧ ଆତଙ୍କିତ ହୁଅନ୍ତୁ ନାହିଁ:ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର

ଭୁବନେଶ୍ୱର:କୋଭିଡ ମୁକାବିଲା ପାଇଁ ପ୍ରସ୍ତୁତ ରାଜ୍ୟ ସରକାର । ପ୍ରସ୍ତୁତ ହୋଇ ରହିବାକୁ ସବୁ ହସ୍ପିଟାଲକୁ ନିର୍ଦ୍ଦେଶ ଦିଆଯାଇଛି । ଓମିକ୍ରନ୍ର ନୂଆ ଭାରିଆଣ୍ଟ ଅଧିକ ସଂକ୍ରାମକ । ଏହାସହିତ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ରାଜ୍ୟବାସୀଙ୍କୁ ଅନୁରୋଧ ଆତଙ୍କିତ ହୁଅନ୍ତୁ ନାହିଁ। BF -7 ଭାରିଏଣ୍ଟଟି ବିଗତ ଦୁଇ ବର୍ଷ ହେଲାଣି ଅଛି। ଯେହେତୁ ଏହା ଚାଇନା ରେ ବଢୁଛି ତେଣୁ ଏହାକୁ ନେଇ ଚର୍ଚ୍ଚା ବଢ଼ିଛି। ଯଦିଓ ଏହାର ସଂକ୍ରମଣ କ୍ଷମତା ଅଧିକ ଅଛି, କିନ୍ତୁ ଏହାର ଫାଟାଲିଟି ଓ ମୋଟାଲିଟି ବିଶେଷ ନାହିଁ।ବିଗତ ୪ଟି ଲହର ପାଇଁ ଆମର ରୋଗ ପ୍ରତିରୋଧକ ଶକ୍ତି ଅଧିକ ଅଛି।

ତେଣୁ ଏହା ଅଧିକ ସଂକ୍ରମିତ କରିପାରିବ ନାହିଁ। ୩ ମାସରୁ ଅଧିକ ହେଲାଣି ରାଜ୍ୟରେ ପଜିଟିଭ ରେଟ ବଢ଼ିନାହିଁ। ହସ୍ପିଟାଲ୍ ରେ ରୋଗୀ ଅଧିକ ମଧ୍ୟ ନାହିଁନ୍ତି । ଆଗକୁ ଯଦି ସଂକ୍ରମଣ ଆସେ କିପରି ମୁକାବିଲା କରାଯିବ ସେନେଇ ଆମେ ପ୍ରସ୍ତୁତ ହୋଇ ଅଛୁ। ସର୍ଭେଲାନ୍ସକୁ ଜୋରଦାର କରାଯିବ। ଯାହା ଦେହରେ ଲକ୍ଷଣ ଅଛି ତୁରନ୍ତ ଟେଷ୍ଟ କରାନ୍ତୁ। ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ମଜଭୁତ ଅଛି। ବର୍ତ୍ତମାନ ରୋଗୀ ନଥିଲେ ମଧ୍ୟ ବେଡ଼ ମହଜୁଦ ରଖାଯାଇଛି। ଦରକାର ପଡ଼ିଲେ ବେଡ଼ ବଢାଯିବ। ରାଜ୍ୟରେ ମୁକାବିଲା ପାଇଁ ସମସ୍ତ ବ୍ୟବସ୍ଥା ଅଛି। କେନ୍ଦ୍ର ସରକାରଙ୍କ ଗାଇଡ଼ ଲାଇନ ଅନୁସାରେ ୨୭ ତାରିଖରେ ମକ୍ ଡ୍ରିଲ୍ ହେବ। ସମସ୍ତଙ୍କୁ ଅନୁରୋଧ ଲୋକଙ୍କୁ ଭୟଭୀତ କଲାଭଳି ମନ୍ତବ୍ୟ ଦିଅନ୍ତୁ ନାହିଁ। ସରକାର ସବୁବେଳେ ରୋଗୀଙ୍କୁ ଉଚିତ ଚିକିତ୍ସା ଦେବାକୁ ପ୍ରତିଶୃତି ବଦ୍ଧ। ପୂର୍ବ ଲହର ପରି ଏଥର ମଧ୍ୟ ଯଦି ସଂକ୍ରମଣ ବଢେ ରାଜ୍ୟ ସରକାର ଚିକିତ୍ସା ଦାୟିତ୍ୱ ନେବେ।ଆନ୍ତର୍ଜାତିକ ଯାତ୍ରୀଙ୍କ ପାଇଁ କେନ୍ଦ୍ର ସରକାର ଗାଇଡ ଲାଇନ ଜାରିକରିଛନ୍ତି। ଓଡ଼ିଶା କୁ ସିଧାସଳଖ ଭାବରେ ଅନ୍ତର୍ଜାତୀୟ ବିମାନ ଆସୁନାହିଁ। ତେଣୁ ଯଦି କିଏ ଆସୁଛି। ଗାଇଡ ଲାଇନ ହିସାବରେ ଟେଷ୍ଟ କରାଯିବ କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।