ରଥଯାତ୍ରାରେ ଶ୍ରୀମନ୍ଦୀରକୁ ଭିଆଇପିଙ୍କ ପ୍ରବେଶ ଉପରେ କଟକଣା

ପୁରୀ :  ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୭ ତାରିଖରେ ରାଷ୍ଟ୍ରପତି ବିଶ୍ଵପ୍ରସିଦ୍ଧ ରଥଯାତ୍ରାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଣୁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କ ପ୍ରବେଶ ମନା । ଆସନ୍ତା କାଲି ଏନେଇ ପୁରୀରେ ଚୂଡ଼ାନ୍ତ ସମୀକ୍ଷା ବୈଠକ କରିବେ ମୁଖ୍ୟମନ୍ତ୍ରୀ । ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି । ସମସ୍ତଙ୍କ ମତାମତକୁ ନେଇ ପ୍ରଭୁଙ୍କ ଶୃଙ୍ଖଳିତ ରଥଯାତ୍ରା ସମାପନ ପାଇଁ ଉଦ୍ୟମ ଚାଲିଛି । ରଥଯାତ୍ରା ବେଳେ ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ଆଇନ ଶୃଙ୍ଖଳାକୁ କଡ଼ାକଡ଼ି କରାଯାଇଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ।