ଦେବଗଡ଼/ ସୁଦାମ ବେହେରା : ବାଇକ ଦୁର୍ଘଟଣାରେ ଆରୋହୀ ଗୁରୁତର । ଦେବଗଡ ଜିଲ୍ଲା ବାରକୋଟ ଥାନା ଅନ୍ତର୍ଗତ ୪୯ନମ୍ବର ଜାତୀୟ ରାଜପଥ ବାରକୋଟ ଦମକଳ କେନ୍ଦ୍ର ନିକଟରେ ଘଟିଯାଇଛି ଏଭଳି ଦୁର୍ଘଟଣା । ଏହି ଦୁର୍ଘଟଣାରେ ଉଭୟ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି ।
ସୂଚନା ଅନୁଯାୟୀ, ଜୟ ପିଛିଳ ଗ୍ରାମରୁ ୨ସାଙ୍ଗ ବାଇକ ଯୋଗେ ସାପ୍ତାହିକ ବଜାରକୁ ଯାଉଥିବା ବେଳେ ଘଟିଛି ଦୁର୍ଘଟଣା । ତେବେ ବାଇଟି ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିବା କୁହାଯାଉଥିବା ବେଳେ ଉଭୟଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମିକ ଚିକିତ୍ସା ପାଇଁ ବାରକୋଟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରି ଥିଲେ । ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଇଛନ୍ତି । ତେବେ ଏ ନେଇ ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।