ଭୁବନେଶ୍ୱର: ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କ ଖାତାକୁ ଆସିଲା ୧ଟଙ୍କା । ରାଜ୍ୟରେ ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କାଏ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଆସନ୍ତା ୯ ତାରିଖରେ ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସବାକୁ ଥିବା ବେଳେ ଆଜି ପରୀକ୍ଷାମୂଳକ ଭାବେ ହିତାଧିକାରୀଙ୍କ ଆକାଉଣ୍ଟକୁ ୧ଟଙ୍କା ପଠା ଯାଇଛି । ଏନେଇ ଗଣମାଧ୍ୟମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଥିଲେ।