(ତାରାକାନ୍ତ ନାୟକ): କଟକ ଜିଲ୍ଲା ସାଲେପୁର ଶଙ୍କରପୁର ଅଞ୍ଚଳରୁ ସନ୍ଦେହଜନକ ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଏହା ହତ୍ୟା କିମ୍ବା ଆତ୍ମହତ୍ୟା ତାହା ଏପର୍ୟ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ । ତେବେ ଯୁବକଙ୍କୁ ଆକ୍ରମଣ କରିବା ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହି ଘଟଣାରେ ପୋଲିସ ତଦନ୍ତ ଆରମ୍ଭ କରିଛି ।