ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ନିକଟରେ ସପ୍ତପୁରୀ ଭୋଗ ଲାଗି

0

ପୁରୀ: ଆଜି ସପ୍ତପୁରୀ ଅମାବାସ୍ୟା । ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ । ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ନିକଟରେ ସପ୍ତପୁରୀ ଭୋଗ ଲାଗି କରାଯାଇଛି । ଆଜି ଶ୍ରୀଜୀଉଙ୍କ ଅବକାଶା ନୀତି ପରେ ବେଶ କରାଯାଇଛି । ଗମ୍ଭାରୀରେ ପାଣି ପଡି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ହୋଇଥିଲା । ଏହା ପରେ ମହାପ୍ରଭୁଙ୍କର ଷୋଡଶ ଉପଚାର ପୂଜା ହୋଇଥିଲା ।

ଗତକାଲି ଅଠରନଳା ନିକଟରେ ଅବସ୍ଥିତ ମା ଆଲାମଚଣ୍ଡି ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ ଶ୍ରୀମନ୍ଦିରରେ ପହଞ୍ଚିଥିଲା। ପରେ ଚତୁପାର୍ଶ୍ବ ବୁଲି ତାଡ ଗୁଡିକୁ ରୋଷ ବେହେରଣରେ ରଖାଯାଇଥିଲା । ଗତକାଲି ସଂଧ୍ୟା ଧୂପ ସରିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଏକ ପଟୁଆରରେ ଶ୍ରୀମନ୍ଦିର ବାହାରେ ଥିବା ଦକ୍ଷିଣକାଳୀଙ୍କ ମନ୍ଦିରକୁ ଯାଇଥିଲେ। ବିଶ୍ୱାସ ରହିଛି ଆଜିର ସପ୍ତପୁରୀ ଭୋଗ ନିଜେ ମା ଦକ୍ଷିଣକାଳୀ ପ୍ରସ୍ତୁତ କରିଥାନ୍ତି। ଏଥିସହ ଆଜି ମଧ୍ୟ ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କର ବିଶେଷ ପୂଜାନୀତି ସହ ସଂଧ୍ୟାଧୂପ ପରେ ବସ୍ତ୍ରହରଣ ପ୍ରସ୍ତାବ ସହ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ।