ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ପ୍ରସ୍ତୁତି ଶେଷ

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ମତଦାନ ।

(ଭୁବନେଶ୍ୱର) : ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଏହା ପୂର୍ବରୁ ଗତକାଲି ସଂଧ୍ୟାରେ ଶେଷ ହୋଇଛି ପ୍ରଚାର । ଏହି ପର୍ଯ୍ୟାୟରେ ୩୦ଟି ଜିଲ୍ଲାର ୬୮ଟି ବ୍ଲକ୍‌ରେ ୧୮୬ଟି ଜିଲ୍ଲା ପରିଷଦ ଜୋନ୍ ଲାଗି ନିର୍ବାଚନ ହେବ । ଦ୍ୱିତୀୟ ପର୍ଯ୍ୟାୟରେ ୬୨ ଲକ୍ଷ ୧୦ ହଜାର ଭୋଟର୍ ମତଦାନ କରିବେ ।

ସୂଚନାନୁଯାୟୀ , ସେଥିପାଇଁ ରାଜ୍ୟ ନିର୍ବାଚନ ଆୟୋଗ ଓ ଜିଲ୍ଲା ସ୍ତରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଗତକାଲି ବୁଥ୍‌କୁ ଯାଇଛନ୍ତି ପୋଲିଂ ପାର୍ଟି । ସେପଟେ ଦ୍ୱିତୀୟ ପର୍ଯ୍ୟାୟରେ ଭୋଟ୍ ହେବାକୁ ଥିବା ବହୁ ଚର୍ଚ୍ଚିତ କୋଟିଆ ପଞ୍ଚାୟତରେ ମଧ୍ୟ ପହଞ୍ଚିଛି ପୋଲିଂ ପାର୍ଟି । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପ୍ରାୟ ୭୦ ପ୍ରତିଶତ ମତଦାନ ହୋଇଛି । ସମସ୍ତ ୩୦ ଜିଲ୍ଲାର ମୋଟ୍ ୭୧ଟି ବ୍ଲକ୍‌ର ୨୦୦ ଜିଲ୍ଲା ପରିଷଦ ଜୋନ୍ ଲାଗି ଗତକାଲି ମତଗ୍ରହଣ ହୋଇଥିଲା ।