ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁ ଖାଲୁଆ ଅଞ୍ଚଳରେ ଜଳମଗ୍ନ

ଭୁବନେଶ୍ୱର: ପାଣିପାଗରେ ଆସିଛି ପରିବର୍ତ୍ତନ । ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁ ଖାଲୁଆ ଅଞ୍ଚଳରେ ଜଳମଗ୍ନ ହୋଇଯାଇଛି । ତେବେ ରାଜଧାନୀରେ ବର୍ଷା ଲାଗି ରହିଥିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି ।
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୪ ଘଣ୍ଟା ପାଇଁ ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା କାଲି ଦକ୍ଷିଣ ଓଡିଶାରେ ବର୍ଷାର ପ୍ରଭାବ ଅଧିକ ରହିବାର ସମ୍ଭାବନା ରହିଛି । ଗଜପତି ,ରାୟଗଡା , ନବରଙ୍ଗପୁର , କଳାହାଣ୍ଡି ,ବଲାଙ୍ଗୀର , ନୂଆପଡାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଲି ମାଲକାନଗରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହି ପରି ଆଶନ୍ତାକାଲି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।