ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ । ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ସରକାର । ଜମି ନେଇ ଶିଳ୍ପ କରୁ ନ ଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । ୭ଟି ଶିଳ୍ପାନୁଷ୍ଠାନ ଜମି ଆବଣ୍ଟନ ରଦ୍ଦ, ୫ଟି ମାମଲା କୋର୍ଟରେ ବିଚାରାଧୀନ ରହିଥିବାବେଳେ ବନ୍ଦ ଥିବା ୯୧୪ ସଂସ୍ଥାରୁ ଇଡ୍କୋ ନିୟମ ଅନୁଯାୟୀ ୬୬୫ଟି ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ସେଥିମଧ୍ୟରୁ ୨୬୭ଟି ଶିଳ୍ପ ସଂସ୍ଥାର ଜମି ଆବଣ୍ଟନ ରଦ୍ଦ କରାଯାଇଛି । ଆବଣ୍ଟନ ରଦ୍ଦ ମଧ୍ୟରୁ ୮୧ଟି ଶିଳ୍ପ ସଂସ୍ଥା ବିରୋଧରେ ଇୟୁଓ ମାମଲା ରହିଛି । ଶୁକ୍ରବାର ବିଧାନସଭାରେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି ।