ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀକୃଷ୍ଣ ଜନ୍ମ ନୀତି: ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ପବିତ୍ର ଜନ୍ମାଷ୍ଟମୀ। ଏହି ପବିତ୍ର ତିଥିରେ ଧରାବତରଣ କରିଥିଲେ ପ୍ରଭୁ ଶ୍ରୀକୃଷ୍ଣ।ଏହି ଅବଶରରେ ଶ୍ରୀମନ୍ଦିରରେ ଆଜି ଶ୍ରୀକୃଷ୍ଣ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଚାରି ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ଆଳତି ଅନୁଷ୍ଠିତ ହୋଇ ମହାପ୍ରଭୁଙ୍କ ସନ୍ଧ୍ୟା ଧୂପ ଭୋଗ ଛେକ ଆସିବା ପରେ ସନ୍ଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଏନେଇ ସୂଚନା ଦେଇଛି ଶ୍ରୀମନ୍ଦିର ପ୍ରଶାସନ ।