ପୁରୀ: ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ କେତେ ସତ୍ୟତା ଅଛି କମିଟି ତର୍ଜମା କରିବ । ଗୁଜବ ପ୍ରଚାର କିମ୍ବା ଭୁଲ୍ ତଥ୍ୟ ପ୍ରଚାର ନ କରନ୍ତୁ ବୋଲି କହିଛନ୍ତି ଜିଲ୍ଲାପାଳ । ତେବେ ଶ୍ରୀମନ୍ଦିରକୁ ନେଇ ବିବାଦୀୟ ବୟାନ ଦେଇଥିଲେ ଶୁଭଙ୍କର ମିଶ୍ର । ଶ୍ରୀମନ୍ଦିର ଉପରେ ମା ରାଧାରାଣୀଙ୍କ ଅଭିଶାପ ଥିବା କହିଛନ୍ତି ଶୁଭଙ୍କର ।

ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କୁ ନେଇ ବିବାଦ । ସଵୁଵେଳେ ମିଠା ମିଠା କଥା କହୁଥିଵା ଶୁଭଙ୍କର ଏଵେ ତାଙ୍କ ବିବାଦୀୟ ଟିପ୍ପଣୀକୁ ନେଇ ଚର୍ଚ୍ଚାରେ। ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆରେ ଭୁଲ୍ ତଥ୍ୟ ଉପସ୍ଥାପନ କରିବାରୁ ସବୁରି ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ବିବାହ ପୂର୍ବରୁ ଯଦି ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଵେ ତେଵେ ସେମାନଙ୍କ ପ୍ରେମ କେବେବି ସଫଳ ହେବନାହିଁ ଏବଂ ତା ସହ ସେମାନେ କେବେ ବି ବିବାହ ବନ୍ଧନରେ ବାନ୍ଧି ହୋଇପାରିବେ ନାହିଁ। କାରଣ ଶ୍ରୀମନ୍ଦିର ଉପରେ ମା ରାଧାରାଣୀଙ୍କ ଅଭିଶାପ ପଡିଛି। ମା ରାଧା ରାଣୀ ଶ୍ରୀକୃଷ୍ଣଙ୍କୁ ଜଗନ୍ନାଥଙ୍କ ରୂପରେ ଦର୍ଶନ କରିବାକୁ ଯାଉଥିବା ବେଳେ ସେତେବେଳେ ସେବାୟତ ମାନେ ତାଙ୍କୁ ଅଟକାଇଥିଲେ। ଏବଂ କହିଥିଲେ ଶ୍ରୀମନ୍ଦିର ଭିତରକୁ ଭଗବାନଙ୍କ ଧର୍ମପତ୍ନୀଙ୍କ ପ୍ରବେଶ ଉପରେ ବାରଣ ରହିଛି,ଆପଣ କିଭଳି ଭିତରକୁ ଆସିଲେ। ଏକଥା ଶୁଣି ମା ରାଧାରାଣୀ ରାଗିଯାଇ ଶ୍ରୀମନ୍ଦିରକୁ ଅଭିଶାପ ଦେଇଥିଲେ। ଶୁଭଙ୍କର ମିଶ୍ରଙ୍କ ଶ୍ରୀମନ୍ଦିର ଓ ମହାପ୍ରଭୁଙ୍କ ପ୍ରତି ଏଭଳି ଭୁଲ୍ ଉପସ୍ଥାପନକୁ ନେଇ ପୁରୀରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଶୁଭଙ୍କର ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେଇ ସବୁ ମହଲରେ ଦାବୀ ହୋଇଛି।