ପଞ୍ଚାୟତ ନିର୍ବାଚନ ପାଇଁ ମିଳିଲା ସଂକେତ

ଭୁବନେଶ୍ବର: ରାଜ୍ୟରେ ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ମିଳିଲା ସଂକେତ । ଏନେଇ ପଞ୍ଚାୟତିରାଜ ବିଭାଗର ନିର୍ଦ୍ଦେଶକ ଡକ୍ଟର ଜ୍ଞାନ ଦାସ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି । ଆଗାମୀ ୮ ତାରିଖରେ ୱାର୍ଡମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଦସ୍ୟ ଓ ଅଧ୍ୟକ୍ଷ ପଦବୀ ପାଇଁ ପ୍ରାଥମିକ ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇବ। ୨୬ ତାରିଖରେ ଜାରି ହେବ ଚୂଡାନ୍ତ ତାଲିକା।

ଜିଲ୍ଲା ପରିଷଦ ପଦବୀ ପାଇଁ ମଧ୍ୟ ୮ ତାରିଖରେ ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇ, ୩୦ ତାରିଖରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ। ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ୧୬ରେ ଚିଠା ଏବଂ ୨୬ରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ। ଆଜି ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶନାମା ଜାରି କରିଛି ପଞ୍ଚାୟତିରାଜ ବିଭାଗ । ଏଥିପାଇଁ ତ୍ୱରିତ ପ୍ରକ୍ରିୟା ଶେଷ କରିବାକୁ ସମସ୍ତ ଜିଲ୍ଲାପାଳମାନଙ୍କୁ ଆଗାମୀ ୨୦୨୨ ମାର୍ଚ୍ଚ ୫ ତାରିଖରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ୟ୍ୟକାଳ ଶେଷ ହେବ। ତେଣୁ ନିୟମ ଅନୁସାରେ ତା ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ସାରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।