ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ବର : ସରିଲା ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ୧୬ ପ୍ରସ୍ତାବରେ ଉପରେ ମୋହର ଲାଗିଛି । ଲୋକସେବା ଭବନ ଆଜି ବସିଥିଲେ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏସବୁ ନିଷ୍ପତ୍ତି ଗୁଡ଼ିକ ଅର୍ଥ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସାଧାରଣ ପ୍ରଶାସନ ଓ ଅଭିଯୋଗ, ଗୃହ, ଅବକାରୀ, ଶ୍ରମ ଓ ଇଏସଆଇ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସହ ସମ୍ପର୍କିତ ବୋଲି ଜଣାପଡ଼ିଛି ।