(ତାରାକାନ୍ତ ନାୟକ): କଟକ ଜିଲ୍ଲା ନିଶ୍ଚିତକୋଇଲି ବ୍ଲକ ବାଲିଆପଦା ଖଣ୍ଡସାହି ଗାଁର ଜଣେ ବ୍ୟକ୍ତି ସର୍ପ କାମୁଡାରେ ମୃତ୍ୟୁ ହୋଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଚିକିତ୍ସାରେ ଅବହେଳା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି । ନିଶ୍ଚିତକୋଇଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଶବକୁ ରାସ୍ତା ଉପରେ ରଖି ରାସ୍ତାଅବରୋଧ କରିଥିଲେ । ଫଳରେ ଦୀର୍ଘ ସମୟ ଧରି ଯାତୟାତ ବାଧା ସୃଷ୍ଟି ହୋଇଥିଲା । ଖବର ପାଇ ନିଶ୍ଚିତକୋଇଲି ଥାନା ପୋଲିସ ପହଞ୍ଚି ପରିବାର ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା । ମୃତକ ଜଣକ ହେଲେ ନଟବର ସାମଲ ।