( ଓମ୍ ପ୍ରକାଶ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାରେ ଆଜି ଦୁର୍ନିତି ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ମଧୁସୂଦନ ମିଶ୍ର ପତାକା ଦେଖାଇ ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ। ଦୁର୍ନିତି ନିବାରଣରେ ବିଭିନ୍ନ ସ୍କୁଲର ଛାତ୍ର ଛାତ୍ରୀ ଏକ ସଚେତନତା ନାରା ଦେଇ ସୋଭାଯାତ୍ରା ସୋନପୁର ସହର ବ୍ଳକ ଛକରୁ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ଏହି ଦିବସ ଅବସରରେ କରି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଶପଥ ପାଠ କରାଯାଇ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ଦେବୀ ପ୍ରସାଦ ଦାସ ,ପ୍ରକଳ୍ପ ନିଦ୍ଧେଷକ ସୁଯ୍ୟ ନାରାୟଣ ଦାସ,ଭିଜିଲାନ୍ସ ଡିଏସ୍ ପି କୁମଦୀନୀ ସାମଲ ଓ ଅନ୍ୟାନ୍ୟ ସରକାରୀ କର୍ମଚାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ।