(ଓମ୍ ପ୍ରକାଶ ମିଶ୍ର) : ସୁବର୍ଣ୍ଣପୁର ଜିଲ୍ଲା ପିପିଲିପାଲି ଛକ ନିକଟରେ ଘଟିଛି ସଡକ ଦୁର୍ଘଟଣା । ଏକ ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ଆହତ ବ୍ୟକ୍ତି ଜଣକ ହେଲେ ସୁବଳୟା ଗ୍ରାମର ସେନାପତି ସିଂ । ତାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେ ତାଙ୍କ ଝିଅ ଘର ତରଭାକୁ ଯାଉଥିବାବେଳେ ପିପିଲିପାଲି ଛକ ନିକଟରେ ଏକ ଅଜଣା ଗାଡି ଧକ୍କାରେ ଗୁରୁତର ଆହତ ହୋଇଥିଲେ ।