ଆସନ୍ତା କାଲି ପର୍ଯ୍ୟନ୍ତ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି ପ୍ରମିଳା ମଲ୍ଲିକ

ଭୁବନେଶ୍ୱର: ଶୋକ ପ୍ରସ୍ତାବ ପରେ ଗୃହ ମୁଲତବି ।ଆଜି ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି । ପରେ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବତନ ବାଚସ୍ୱତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ତା ସହିତ ଅନ୍ୟ ଦିବଙ୍ଗତ ନେତା ଓ ସହିଦଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଦିଆଯାଇଛି । ପୂର୍ବତନ ଉପମନ୍ତ୍ରୀ ସରସ୍ୱତୀ ପ୍ରଧାନ, ପୂର୍ବତନ ସଦସ୍ୟ ଅଜୟ ଜେନା, ରବି ଦାସ, ପୂର୍ବତନ ସଦସ୍ୟ ଯୁଧିଷ୍ଠିର ସାମନ୍ତରାୟ, ପୂର୍ବତନ ଲାନସ ହାବିଲଦାର ସରୋଜ ଦାସ, ପୂର୍ବତନ କନଷ୍ଟେବଳ ପ୍ରକାଶ ଚନ୍ଦ୍ର ଶିଆଳଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଛନ୍ତି ବିଜେପି ଓ କଂଗ୍ରେସ ।ଏହା ପରେ ଆସନ୍ତା କାଲି ପର୍ଯ୍ୟନ୍ତ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି ପ୍ରମିଳା ମଲ୍ଲିକ ।