ଭୁବନେଶ୍ୱର: ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସଙ୍କ ଦ୍ୱାରା ଅଭିଭାଷଣ ରଖାଯିବା ପରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ସମର୍ଥନ କରିଥିଲେ ବିରୋଧୀ । ଏହାପରେ ଗୃହକୁ ଆସନ୍ତାକାଲି ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ । ଆସନ୍ତାକାଲି ଉପବାଚସ୍ପତି ନିର୍ବାଚନ ପାଇଁ ଘୋଷଣା ହେବ।