୮ରୁ ରାଜ୍ୟର ଅନେକ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା
୮ରୁ ରାଜ୍ୟର ଅନେକ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା
(ଭୁବନେଶ୍ୱର) : ତାତିରୁ ମୁକ୍ତି ପାଇବେ ରାଜ୍ୟବାସୀ । ଆଜିଠୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।
#Warning for Day-1 to Day-5 pic.twitter.com/UwgjhhqAra
— Meteorological Centre, Bhubaneswar (@mcbbsr) May 3, 2022
ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି)ଙ୍କ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆଜିଠୁ ଆସନ୍ତାକାଲି (୪ ଏପ୍ରିଲ) ସକାଳ ସାଢ଼େ ଆଠଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନଗିରି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ଓ ବଜ୍ରପାତ ହେବ।

କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି।