ଲଘୁଚାପ ଜନିତ ବର୍ଷା ନେଇ ସବୁ ଜିଲ୍ଲାପାଳ ଙ୍କୁ SRC ଙ୍କ ଚିଠି

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ମଙ୍ଗଳବାର ସୁଦ୍ଧା ଅଧିକ ଘନୀଭୂତ ହେବ। ପରେ ଏହା ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ୨୮ ତାରିଖରୁ ଉପକୂଳ ଓଡ଼ିଶା ବିଶେଷକରି ଦକ୍ଷିଣ ଭାଗରେ ବର୍ଷା ପରିମାଣ ବୃଦ୍ଧି ପାଇବା ସହ ପବନର ବେଗ ୪୫ କି.ମି ମଧ୍ୟରେ ରହିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାକୁ  ନେଇ ନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି କଲେ ଏସଆରସି । ଅରେଞ୍ଜ ଓ ୟେଲୋ ଆଲର୍ଟ ଦିଆଯାଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ କୁହାଯାଇଛି । ଲୋକମାନେ ପାଣିପାଗ ଉପରେ ନଜର ରଖିବା ସହ ବିଜୁଳି, ଘଡ଼ଘଡ଼ି ସମୟରେ ନିରାପଦ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ ରହିଛି । ଯଦି ବର୍ଷା, ବିଜୁଳି, ଘଡ଼ଘଡ଼ି କିମ୍ବା କୁଆପଥର ମାଡ଼ ଯୋଗୁ କ୍ଷୟକ୍ଷତି ଘଟିଲେ ତୁରନ୍ତ ରିପୋର୍ଟ ଦାଖଲ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।