ଭୁବନେଶ୍ୱର: ଶୀତଳ ଭଣ୍ଡାର ପାଇଁ ଆର୍ଥିକ ବ୍ୟବସ୍ଥା ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛନ୍ତି । ପୁଞ୍ଜି ବିନିଯୋଗ ସବସିଡି ଜରିଆରେ ୬୦ ପ୍ରତିଶତ ସବସିଡ଼ି ଯୋଗାଇ ଦେବେ ସରକାର । ସହ ୬ କୋଟି ୫୦ ଲକ୍ଷ ଟଙ୍କା ର ଆର୍ଥିକ ସହାୟତା ଉପରେ ସବସିଡି ଦେବେ ସରକାର । ୪ ଟି ସ୍ଲାବ ରେ ସହାୟତା ଯୋଗାଇ ଦେବେ ରାଜ୍ୟ ସରକାର । ବିଦ୍ୟୁତ ସବସିଡି ବି ଯୋଗାଇ ଦେବେ ସରକାର । ଅଣ କାର୍ଯ୍ୟକ୍ଷମ ଶୀତଳ ଭଣ୍ଡାର କୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ତଦନ୍ତ କରି ଚୟନ କରାଯିବ । ସେହି କ୍ଷେତ୍ରରେ ମଧ୍ୟ ଆର୍ଥିକ ସହାୟତା ରାଜ୍ୟ ସରକାର ଯୋଗାଇ ଦେବେ । ଦେଢ଼ କୋଟି ଟଙ୍କା ର ଆର୍ଥିକ ସହାୟତା ବି ରାଜ୍ୟ ସରକାର ଯୋଗାଇ ଦେବେ ।