ଭୁବନେଶ୍ୱର:- ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି। ସୂଚନା ଦେଲେ ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଜେନା। ଖଣି ନିଲାମ ନେଇ ଶେଷ ପର୍ଯ୍ୟାୟରେ ଚାଲିଛି ପ୍ରସ୍ତୁତି। ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢିବ। ବର୍ଷେ ମଧ୍ୟରେ ୮ଟି ଖଣି ଅକ୍ସନ ହୋଇଛି। ଖଣି ପାଇଁ ଶିଳ୍ପ ଆସିଲେ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ ହେବ।
ମନ୍ତ୍ରୀଙ୍କ କହିବା ଅନୁଯାୟୀ, ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ନିଲାମ କରୁ ନଥିଲେ । ନୂଆ ସରକାର ଆସିବା ପରେ ଗୋଟିଏ ବର୍ଷରେ ୮ଟି ଖଣି ନିଲାମ କରିଛନ୍ତି । ଖୁବ୍ଶୀଘ୍ର ଆହୁରି ୨୨ଟି ଖଣି ନିଲାମ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ମନ୍ତ୍ରୀ କହିଛନ୍ତି । ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢିବ । ତାହା ସହ ଶିଳ୍ପ ଆସିବା ଦ୍ୱାରା ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ ହେବ । ସେ ଦିଗକୁ ପ୍ରାଧାନ୍ୟ ଦେଇ ଖଣି ବିଭାଗ କାମ କରୁଛି ।