ସୁବର୍ଣ୍ଣପୁର, (ଓମ୍ ପ୍ରକାଶ ମିଶ୍ର) ଗୃହ ବିଭାଗ ଓଡିଶା ସରକାରଙ୍କ ଦ୍ୱାରା ମନୋନୀତ ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ବିଶେଷଜ୍ଞ କମିଟି ସୋନପୁର ଉପକାରାଗାର ପରିଦର୍ଶନ କରିଛନ୍ତି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀ ଦେବାଶିଷ ଦାସ ଙ୍କ ତତ୍ୱାବଧାନରେ କମିଟି ର ସଦସ୍ୟ ପ୍ରଫେସର ନୀଳାମ୍ବର ଶତପଥୀ, ଅବକାଶ ମିଶ୍ର ଓ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର ପ୍ରମୁଖ ଉପକରାଗର କୁ ଯାଇ ଅନ୍ତେବାସୀଙ୍କ ସହ ଏକ ଶିବିର ଅନୁଷ୍ଠିତ ହେବା ସହିତ ଅନ୍ତେବାସୀଙ୍କ ସହ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିବା ସହିତ କୌଣସି ମାମଲାରେ ଆଇନ ସହ ଦ୍ବନ୍ଦରେ ଥିବା ଶିଶୁ କରାଗାଅରରେ ଥିବା ଅନ୍ୟ କଏଦୀଙ୍କ ସହିତ ରହୁଛନ୍ତି କି ନାହିଁ କମିଟି ପକ୍ଷରୁ ଯାଞ୍ଚ କରିଥିଲେ । କିନ୍ତୁ କୌଣସି ଶିଶୁ ଆଇନ ସହ ଦ୍ବନ୍ଦରେ ଥିବା ଶିଶୁ ପାଇ ନ ଥିଲେ । ପରିଦର୍ଶନ ସମୟରେ ଉପକାରାଗାଅରର ଡା. ପ୍ରସନ୍ନ କୁମାର ମିଶ୍ର ଉପସ୍ଥିତ ଥିବାବେଳେ ଉପକାରାଗାର ର ଅଧ୍ୟକ୍ଷ ଡିଲେଶ୍ୱର ଜେନା କମିଟି କୁ ସହଯୋଗ କରିଥିଲେ ।