ସୁବର୍ଣ୍ଣପୁର-: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ବୀରେନ୍ଦ୍ର କୁମାର ନାୟକ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୮ଗୋଟି ଗ୍ରହଣ କରାଯାଇଥିବା ବେଳେ ଗୋଟିଏ ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ମଣ୍ଟୁ ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ ମେହେର, ଉପଜିଲ୍ଲାପାଳ ସୋନପୁର ଡ଼ଃ ସୌମ୍ୟାରୁପା ରଥ ସମେତ ବିଭିନ୍ନ ଜିଲ୍ଳାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକସ୍ତରୀୟ ଅଧିକାରୀ,ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହିଥିଲେ ।