(ଓମ୍ ପ୍ରକାଶ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ରାଜ୍ୟ ବିପର୍ଯ୍ୟୟ ପାକ୍ ପ୍ରସ୍ତୁତି ଓ ଜାତୀୟ ବିପର୍ଯ୍ୟାୟ ପ୍ରଶମନ ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ମଧୁସୂଦନ ମିଶ୍ର ଯୋଗଦେଇ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ସୋନପୁର ସହରରେ ଥିବା ଅମ୍ବେଦ କର ଛକରୁ ବିଭିନ୍ନ ସ୍କୁଲ ଓ କଲେଜ ଛାତ୍ର ଛାତ୍ରୀଙ୍କ ଦ୍ୱାରା ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ । ଜିଲ୍ଲା ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଉପସ୍ଥିତ ଥିବା ସମ୍ମାନିତ ଅତିଥି ଭାବରେ ଆରକ୍ଷୀ ଅଧିକ୍ଷକ ଦେବୀ ପ୍ରସାଦ ଦାସ, ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ପଣ୍ଡା, ପ୍ରକଳ୍ପ ନିଧ୍ୟେଷକ ସୁଯ୍ୟ ନାରାୟଣ ଦାସ, କୄତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ । ମୁଖ୍ୟବକ୍ତା ଜିଲ୍ଲା ରେଡ଼କ୍ରଶ ଶାଖା ଉପାଧ୍ୟାକ୍ଷ ସତ୍ୟ ନାରାୟଣ ହୋତା, ଜିଲ୍ଲା ସୂଚନା ଓ ଲୋକ ସଂପଦ ଅଧିକାରୀ ଅଶୋକ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।