ଭୁବନେଶ୍ୱର: ଖାତାକୁ ଆସିଗଲା ସୁଭଦ୍ରା ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା । ବାରିପଦାରେ ଆୟୋଜିତ ସୁଭଦ୍ରା ସମାବେଶରେ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଦ୍ଵିତୀୟ ପର୍ୟ୍ୟାୟ ସହାୟତା ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ୧୭୫୦ କୋଟି ଟଙ୍କା ପ୍ରଦାନ କରାଯାଇଛି।
ସୂଚନା ଅନୁଯାୟୀ, ଗତ ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ କିସ୍ତିର ପ୍ରଥମ ପର୍ୟ୍ୟାୟରେ ପ୍ରାୟ ୨୫ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିଥିବା ବେଳେ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ୟ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇଛି।