ବହୁ ଚର୍ଚ୍ଚିତ ତପସ୍ଵିନୀ-ସୁମିତ ବିବାହ ବିବାଦ ମାମଲା, ସୁମିତଙ୍କୁ ହାଇକୋର୍ଟଙ୍କ ଝଟକା

ତଳକୋର୍ଟଙ୍କ ରାୟକୁ କାଏମ ରଖିଲେ ହାଇକୋର୍ଟ

ଭୁବନେଶ୍ୱର: ବ୍ରହ୍ମପୁର ବହୁ ଚର୍ଚ୍ଚିତ ତପସ୍ଵିନୀ-ସୁମିତ ବିବାହ ବିବାଦ ମାମଲାରେ ହାଇକୋର୍ଟଙ୍କ ଶୁଣାଣି । ଭରଣପୋଷଣ ନେଇ ତଳକୋର୍ଟଙ୍କ ରାୟକୁ କାଏମ ରଖିଛନ୍ତି ହାଇକୋର୍ଟ । ପ୍ରତି ମାସ ୧୦ରେ ମାସିକ ଭରଣପୋଷଣ ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତି ମାସ ୧୦ ତାରିଖରେ ତପସ୍ଵିନୀଙ୍କୁ ମାସିକ ୧୭ ହଜାର ଟଙ୍କା ଦେବାକୁ ସୁମିତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଫେବ୍ରୁଆରୀ ୧୫ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନଧାର୍ଯ୍ୟ ହୋଇଛି ।

ସୂଚନାଯୋଗ୍ୟ  ପ୍ରତିମାସ ୧୦ ତାରିଖ ସୁଦ୍ଧା ୧୭ ହଜାର ଟଙ୍କା ପ୍ରଦାନ କରିବାକୁ ତଳ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ତେବେ ତଳକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁମିତ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ତେବେ ସୁମିତଙ୍କୁ ହାଇକୋର୍ଟରୁ ମଧ୍ୟ ନିରାଶ ହେବାକୁ ପଡିଛି।