ଗଞ୍ଜାମ ଜିଲ୍ଲାର ସୁନାପୁର ବିଚକୁ ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ ମାନ୍ୟତା

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲାର ସୁନାପୁର ବିଚକୁ ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ ବିଚର ମିଳିଛି ମାନ୍ୟତା । ଡେନ ମାର୍କ ସ୍ଥିତ ଫାଉଣ୍ଡେସନ ଫର ଏନଭରନମେଣ୍ଟ ଲଜୁକେସନ ପକ୍ଷରୁ ମାନ୍ୟତା ପ୍ରଦାନ କରାଯାଇଛି । ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଫଟୋ ସେୟାର କରିବା ସହ ଖୁସିବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବେଶ ମାନ, ପରିଷ୍କାର ପରିଚ୍ଛନ୍ନତା ଓ ପର୍ୟ୍ୟଟକ ଅନୁକୁଳ ପରିବେଶ ଭଳି ଦିଗକୁ ଦେଖି ଏହି ମାନ୍ୟତା ପ୍ରଦାନ କରାଯାଇଛି । ବ୍ଲୁ ଫ୍ଲାଗ ବିଚର ମାନ୍ୟତା ପାଇବା ପରେ ଏହା ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧିରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।