ସୁରମା ପାଢୀ ଓଡିଶା ବିଧାନସଭାର ବାଚସ୍ୱତି ଭାବେ ନିର୍ବାଚିତ

ଭୁବନେଶ୍ୱର: ସୁରମା ପାଢୀ ଓଡିଶା ବିଧାନସଭାର ବାଚସ୍ୱତି ଭାବେ ନିର୍ବାଚିତ । ନିଦ୍ୱର୍ନ୍ଦ୍ୱରେ ବାଚସ୍ପତି ଭାବେ ନିର୍ବାଚିତ ହେଲେ ସୁରମା ପାଢୀ । ସର୍ବସମ୍ମତି କ୍ରମେ ସୁରମା ପାଢୀ ବାଚସ୍ପତି ନିର୍ବାଚିତ ହୋଇଛନ୍ତି । ଏନେଇ ଘୋଷଣା କରିଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ।
ସୁରମା ପାଢୀଙ୍କୁ ବାଚସ୍ପତି କରିବାକୁ ଗୃହରେ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯାହାକୁ ସମସ୍ତ ସଦସ୍ୟ ସମର୍ଥନ କରିଥିଲେ । ସୁରମା ପାଢୀ ୨୦୦୪ ମସିହାରେ ବିଧାୟିକା ଭାବେ ନିର୍ବାଚିତ ହେବା ସହ ମନ୍ତ୍ରୀ ଭାବେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିଲେ । ଏବେ ବାଚସ୍ପତି ଭାବେ ମଧ୍ୟ ଗୁରୁଦାୟିତ୍ୱ ତୁଲାଇବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତକାଲି ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ ସୁରମା ପାଢୀ ।