ହାଇଦ୍ରାବାଦରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା : ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ହାଇଦ୍ରାବାଦରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୭ ଜଣ ଜୀବନ୍ତ ଦଗ୍ଧ: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

 

ଭୁବନେଶ୍ବର : ହାଇଦ୍ରାବାଦରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୭ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏହା ସହିତ ଅନ୍ୟ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ହାଇଦ୍ରାବାଦର ଚାରମିନାର ନିକଟ ଗୁଲଜାର ହାଉଜ କୋଠାରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏହି କୋଠାଟି ଉଭୟ ଆବାସିକ ଏବଂ ବାଣିଜ୍ୟିକ କାର୍ଯ୍ୟରେ ବ୍ୟବହାର ହେଉଥିଲା। ତେବେ ଏଥିରେ ମୃତ୍ୟୁ ବରଣ କରିଥିବା  ସମ୍ପର୍କୀୟଙ୍କୁ ୨ ଲକ୍ଷ ଲେଖାଏଁ ସହାୟତା ସହ ଆହତଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ପକ୍ଷରୁ ଏକ୍ସରେ ଏନେଇ ସୂଚନା ଦିଆଯାଇଛି ।