ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେଇଛନ୍ତି । କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ୧୩ ମନ୍ତ୍ରୀ । ଲୋକସେବା ଭବନର କନଭେକ୍ସନ ହଲରେ ପଦ ଓ ଗୋପନୀୟତାର ଶପଥପାଠ କରାଇଲେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ । ନବୀନଙ୍କ ନୂଆ ଟିମରେ ଶପଥ ନେଲେ କେନ୍ଦ୍ରାପଡ଼ା ଆଳି ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ପ୍ରତାପ ଦେବ । ୨୦୧୭ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ପ୍ରତାପ । ଆଳି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୨୦୧୯ରେ ନିର୍ବାଚିତ ହୋଇଥିଲେ ପ୍ରତାପ ଦେବ । ତେବେ ପ୍ରତାପ ଦେବ ନବୀନଙ୍କ ନୂଆ ଟିମର କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଶପଥନେବାରେ ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇଛନ୍ତି ପ୍ରତାପ । ‘ମୁଖ୍ୟମନ୍ତ୍ରୀ ମୋ ଉପରେ ଆସ୍ଥା ପ୍ରକାଟ କରି ମନ୍ତ୍ରୀ କରିଛନ୍ତି । ଓଡ଼ିଶାବାସୀଙ୍କ ପ୍ରଗତି ଚିନ୍ତା କରିବି ।