୫୩ତମ ଗଜପତି ଜିଲ୍ଲା ପରିଷଦ ବୈଠକ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି

ଗଜପତି-: ୫୩ତମ ଗଜପତି ଜିଲ୍ଲା ପରିଷଦ ବୈଠକ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ପରିଷଦ ସଭାପତି ଗାବାରା ତିରୁପତି ରାଓ ଅଧ୍ୟକ୍ଷତା କରିଥିବା ବେଳେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଜିଲ୍ଲା ପରିଷଦର ଉପାଧ୍ୟକ୍ଷା କୁନ୍ତଳା ମଲ୍ଲିକ, ମାନ୍ୟବର ବିଧାୟକ ମୋହନା ଦାଶରଥି ଗମାଙ୍ଗ, ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ରୁପେଶ ପାଣିଗ୍ରାହୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲାପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶଙ୍କର କେରକେଟା ଓ ଜିଲ୍ଲାପରିଷଦ ଅତିରିକ୍ତ ନିର୍ବାହୀ ଅଧିକାରୀ ପୃଥ୍ୱୀରାଜ ମଣ୍ଡଳ ପ୍ରମୁଖ ମଞ୍ଚାସୀନ ଥିବା ବେଳେ ଜିଲ୍ଲାର ସମସ୍ତ ଜିଲ୍ଲା ପରିଷଦର ସଭ୍ୟ/ସଭ୍ୟା, ପଞ୍ଚାୟତ ସମିତି ଅଧ୍ୟକ୍ଷ/ଅଧ୍ୟକ୍ଷା, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।ସରକାରଙ୍କ ସମସ୍ତ ଯୋଜନା ଗୁଡ଼ିକ ଗଜପତି ଜିଲ୍ଲାରେ କାର୍ଯ୍ୟକାରୀ କରିବା ସହିତ ଯେଉଁ ଲକ୍ଷ୍ୟ ରହିଛି ତାହା ସଫଳତାର ସହିତ କାର୍ଯ୍ୟକାରୀ କରାଯାଉଛି ଏବଂ ଆଗକୁ ମଧ୍ୟ ସଫଳତାର ସହିତ କାର୍ଯ୍ୟକାରୀ ଚାଲୁରହିବ ବୋଲି ସମସ୍ତ ଅତିଥି ଗଣ କହିଥିଲେ । ଏହି ବୈଠକରେ ଜିଲ୍ଲାରେ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ସରକାରଙ୍କ ସମସ୍ତ ଯୋଜନା ଓ ସମ୍ପର୍କିତ ବିଭାଗୀୟ ଅଧିକାରୀ ମାନଙ୍କ ସହ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା ।