ଅଚାନକ ଜଳିଗଲା ୧୦ ବଖରା, ଲକ୍ଷାଧିକ ଟଙ୍କାର ଧନ ସମ୍ପତ୍ତି ନଷ୍ଟ

କେନ୍ଦ୍ରାପଡ଼ା ଜିଲ୍ଲା ନିକିରାଇ ଥାନା ଅନ୍ତର୍ଗତ ଇନ୍ଦୁପୁର ଦଳିତ ସାହିରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ ।

(କେନ୍ଦ୍ରାପଡ଼ା) : କେନ୍ଦ୍ରାପଡ଼ା ଜିଲ୍ଲା ନିକିରାଇ ଥାନା ଅନ୍ତର୍ଗତ ଇନ୍ଦୁପୁର ଦଳିତ ସାହିରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଥିରେ ୧୦ ବଖରା ଘର ଭସ୍ମୀଭୂତ ହେବା ସହ ଲକ୍ଷାଧିକ ଟଙ୍କାର ଧନ ସମ୍ପତ୍ତି ନଷ୍ଟ ହୋଇଛି । ତେବେ ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଏବେ ସୁଦ୍ଧା ଅସ୍ପଷ୍ଟ ରହିଛି ।

ସୂଚନାନୁଯାୟୀ , ସୋମବାର ମଧ୍ୟରାତ୍ରିରେ ଏହି ନିଆଁ ଲାଗିଥିବା ସୂଚନା ମିଳିଛି । ମାତ୍ର ଅଗ୍ନିକାଣ୍ଡର କାରଣ ଏବେ ସୁଦ୍ଧା ଅସ୍ପଷ୍ଟ ରହିଛି । ଘର ଭସ୍ମୀଭୂତ ହେବା ସହ ଲକ୍ଷାଧିକ ଟଙ୍କାର ଧନ ସମ୍ପତ୍ତି ନଷ୍ଟ ହୋଇଛି ।