ଭୁବନେଶ୍ୱର: ଲୋକାର୍ପିତ ହେବ ବହୁ ପ୍ରତୀକ୍ଷିତ ମା’ ସମଲେଇ ପ୍ରକଳ୍ପ । ଆଜି କୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଲୋକାର୍ପିତ ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ରଖିଛନ୍ତି ମୁଖ୍ୟମନ୍ତ୍ର ।ଔମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ସମଲେଶ୍ୱରୀ ହେଉଛନ୍ତି ସାରା ଓଡ଼ିଶାର ଆରାଧ୍ୟଦେବୀ । ମା’ ସମଲେଶ୍ୱରୀଙ୍କ ମନ୍ଦିର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର । ଲୋକଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ମନ୍ଦିରର ରୂପାନ୍ତରଣ କରାଯାଇଛି । ଏହା କୋଟି କୋଟି ଭକ୍ତଙ୍କ ଆସ୍ଥାର ପ୍ରକଳ୍ପ । ମା’ଙ୍କ ଆଶୀର୍ବାଦରୁ ପ୍ରକଳ୍ପ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ସେହିପରି ମା’ଙ୍କ କୃପାରୁ ରେକର୍ଡ ସମୟ ଭିତରେ ପ୍ରକଳ୍ପ କାମ ସରିଛି । ଏକାସାଙ୍ଗରେ ହଜାର ହଜାର ଶ୍ରଦ୍ଧାଳୁ ମହାନଦୀ ଆଳତୀ ଦେଖିପାରିବେ । ରୂପାନ୍ତରଣ ପରେ ୩୮ ଏକର ଜାଗାରେ ଝଲସୁଛି ମା’ ସମଲେଶ୍ୱରୀଙ୍କ ମନ୍ଦିର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମଲେଇ ପ୍ରକଳ୍ପ ଭାଇଚାରା ଓ ମା’ଙ୍କ ଆଶୀର୍ବାଦର ପରିଚୟ । ଏହି ପ୍ରକଳ୍ପ ଓଡ଼ିଶାର ପର୍ୟ୍ୟଟନ ଓ ଅର୍ଥନୀତିକୁ ଆଗକୁ ନେବ ବୋଲିକହିଛନ୍ତି ମୁଖ୍ୟମନ୍ତ୍ରୀ ।