ଦିଗପହଣ୍ଡି (ରିପୋର୍ଟର୍ସ ଟୁଡେ) : ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ବ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଦିଗପହଣ୍ଡି ଠାରେ ଏକ ଉକ୍ଟଗ୍ଧଗ୍ଧକ୍ଟଦ୍ଭ ଏସଦ୍ଭଦ୍ଭସଦ୍ଭଶ । ଚକ୍ସରଗ୍ଦଗ୍ଦସଦ୍ଭଶ ଗସକ୍ଷକ୍ଷ ଏବଂ ଏକ ନୂଆ ବସ୍ ଟର୍ମିନାଲ ଉଦ୍ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛୋଟ ଛୋଟ ଟାଉନ୍ରେ ଲୋକଙ୍କ ରୋଜଗାର ବୃଦ୍ଧି ସହ ବିଭିନ୍ନ ନାଗରିକ ସୁବିଧାର ବିକାଶ ପାଇଁ ଆମେ କାମ କରୁଛୁ । ରାସ୍ତାଘାଟ, ଡ୍ରେନେଜ୍ ସୁବିଧା ସହିତ ପିଇବା ପାଣିର ସୁବିଧା ଉପରେ ଆମେ ଗୁରୁତ୍ବ ଦେଉଛୁ । ଦିଗପହଣ୍ଡିର ସବୁ ପରିବାରକୁ ପାଇପ ପାଣି ସଂଯୋଗ ଦିଆଯାଇଛି । ଆଜି ବସ୍ ଟର୍ମିନାଲ ମଧ୍ୟ ଉଦ୍ଘାଟିତ ହେଲା । ଏହିସବୁ ସୁବିଧା ଦିଗପହଣ୍ଡି ଜନସାଧାରଣଙ୍କ ଜୀବନଯାପନର ମାନରେ ଗୁଣାତ୍ମକ ଉନ୍ନତି ଆଣିବ ବୋଲି ସେ ଆଶା ପ୍ରକାଶ କରିଥିଲେ । ତୁଳା ଜିନିଙ୍ଗ ମିଲ୍ ରାଜ୍ୟର ସମବାୟ କ୍ଷେତ୍ରରେ ଏକ ନୂଆ ପଦକ୍ଷେପ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଆମର କପା ଚାଷୀ ମାନଙ୍କ ରୋଜଗାର ବୃଦ୍ଧିରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହାସହିତ ଅନ୍ୟ ଚାଷୀମାନଙ୍କୁ ମଧ୍ୟ ଫସଲର ବିବିଧକରଣ ପାଇଁ ପ୍ରେରଣା ଦେବ। ଚାଷୀମାନଙ୍କ ରୋଜଗାର ବୃଦ୍ଧି ପାଇଁ ଆମର ଲକ୍ଷ୍ୟ ପୂରଣ କରିବାରେ ଏହା ବହୁତ ସହାୟକ ହେବ ବୋଲି ସେ କହିଥିଲେ। ରାଜ୍ୟର କ୍ରିଡା ଭିତ୍ତିଭୂମି ଉପରେ ଆଲୋକପାତ କରି ସେ କହିଲେ ଯେ ନିକଟରେ ରାଜ୍ୟ ସରକାର କ୍ରୀଡା ଭିତ୍ତିଭୂମିର ବିକାଶ ପାଇଁ ନିଷ୍ପତ୍ତି କରିଛନ୍ତି । ଏଥିରେ ସାରା ରାଜ୍ୟରେ ୮୯ଟି ଗଙ୍କକ୍ଷଗ୍ଧସକ୍ଟ୍ରଙ୍କକ୍ସକ୍ଟ୍ରକ୍ଟଗ୍ଦର ଓଦ୍ଭୟକ୍ଟକ୍ଟକ୍ସ ଝଗ୍ଧବୟସଙ୍କଜ୍ଞ ନିର୍ମାଣ କରାଯିବ। କ୍ରୀଡା ସହିତ ବାତ୍ୟା ଆଶ୍ରୟସ୍ଥଳ ଠାରୁ ଆରମ୍ଭ କରି ଡାକ୍ତରଖାନା ପରି ମଧ୍ୟ ଏହା କାମ କରିବ। ଦିଗପହଣ୍ଡିରେ ମଧ୍ୟ ଗୋଟିଏ ଗଙ୍କକ୍ଷଗ୍ଧସକ୍ଟ୍ରଙ୍କକ୍ସକ୍ଟ୍ରକ୍ଟଗ୍ଦର ଓଦ୍ଭୟକ୍ଟକ୍ଟକ୍ସ ଝଗ୍ଧବୟସଙ୍କଜ୍ଞ କରିବା ପାଇଁ ନିଷ୍ପତ୍ତି ହୋଇଛି ବୋଲି ସେ କହିଥିଲେ। ଏହା ଆମର ପିଲାମାନଙ୍କର କ୍ରୀଡା ପ୍ରତିଭାକୁ ବିକଶିତ କରିବାରେ ବିଶେଷ ସହାୟକ ହେବ । ରାଜ୍ୟର କ୍ରୀଡା ବିକାଶରେ ଆଜି ଏକ ନୂଆ ଯୁଗ ଆରମ୍ଭ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ କ୍ରୀଡା ହିଁ ଯୁବସମାଜର ଦକ୍ଷତା ଓ ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିଥାଏ। ନିକଟରେ ଭାରତୀୟ ହକି ଦଳ ଦୀର୍ଘ ୪୦ ବର୍ଷ ପରେ ଅଲମ୍ପିକ୍ରେ ମେଡାଲ ଜିତିପାରିଛି । ଆମ ଓଡିଶାର ଦୁଇ ଜଣ ଖେଳାଳୀ ମଧ୍ୟ ଏହି ଟିମ୍ରେ ଅଛନ୍ତି । ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର କଥା ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ଆମର ଯୁବ ସମାଜ ଉପରେ ମୋର ବହୁତ ଭରସା ଅଛି। ମୋର ପୁରା ବିଶ୍ବାସ, ଯୁବ ସମାଜ ହିଁ ଆଗାମୀ ଦିନରେ ସବୁ କ୍ଷେତ୍ରରେ ଉତ୍କର୍ଷ ହାସଲ କରି, ଆମ ଓଡିଶା ପାଇଁ, ସାରା ଦେଶ ପାଇଁ, ସୁନାମ ଆଣିବେ।’
ଏହି କାର୍ୟ୍ୟକ୍ରମରେ ବାଚସ୍ପତି ଶ୍ରୀ ସୂର୍ୟ୍ୟ ନାରାୟଣ ପାତ୍ର କହିଲେ ଯେ ଏହି ଦୁଇଟିଯାକ ପ୍ରକଳ୍ପ ଦିଗପହଣ୍ଡିର ସାମଗ୍ରୀକ ବିକାଶ ଦିଗରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଦିଗପହଣ୍ଡି ଓ ଗଞ୍ଜାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିକାଶମୂଳକ କାର୍ୟ୍ୟକ୍ରମ ଉପରେ ସେ ଆଲୋକପାତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମ ସଂଚାଳନ କରିଥିଲେ ।
ସୂଚନାଯୋଗ୍ୟ ଯେ ଦିଗପହଣ୍ଡି ଅଞ୍ଚଳରେ ପୂର୍ବରୁ ମାତ୍ର ୫୦୦ ହେକ୍ଟର ଜମିରେ କପା ଚାଷ କରାଯାଉଥିବା ବେଳେ ଏବେ ଏହା ୫୦୦୦ ହେକ୍ଟରେ ପହଞ୍ଚିଛି । ପୂର୍ବରୁ ୪ କ୍ବିଣ୍ଟାଲ ତୁଳା ଅମଳ ହେଉଥିବା ବେଳେ, ଏବେ ୪୪ କ୍ବିଣ୍ଟାଲ ତୁଳା ଅମଳ ହେଉଛି । ଉକ୍ଟଗ୍ଧଗ୍ଧକ୍ଟଦ୍ଭ ଏସଦ୍ଭଦ୍ଭସଦ୍ଭଶ ଗସକ୍ଷକ୍ଷ ପାଇଁ ୩.୨୮ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ ଏହା ଉଭୟ ଗଞ୍ଜାମ ଓ ଗଜପତି ଜିଲ୍ଲାର କପା ଚାଷୀ ମାନଙ୍କ ପାଇଁ ଏକ ବଡ ବଜାର ସୃଷ୍ଟି କରିପାରିବ। ସେହିପରି ବସ୍ ଟର୍ମିନାଲ ଯୋଗୁ ଦିନକୁ ପ୍ରାୟ ୧୦୦ ରୁ ୧୫୦ ବସ୍ ଚଳାଚଳ ହୋଇପାରିବ ଏବଂ ଏହାଦ୍ବାରା ଲୋକଙ୍କ ଯାତାୟତରେ ଅନେକ ସୁବିଧା ଆସିପାରିବ ବୋଲି ଜଣାଯାଇଛି ।