ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଡାଇଗ୍ନୋଷ୍ଟିକ ସେଣ୍ଟର ଲୋକାର୍ପିତ କରିଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଡାଇଗ୍ନୋଷ୍ଟିକ ସେଣ୍ଟର ଲୋକାର୍ପିତ। ବେଦାନ୍ତ ସହଯୋଗରେ ହୋଇଛି ପ୍ରତିଷ୍ଠା । ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ଆଗକୁ ବଢୁଛି ଓଡିଶା ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନସ ଜରିଆରେ ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଅତ୍ୟାଧୁନିକ ଡାଇଗ୍ନୋଷ୍ଟିକ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। କରପୋରେଟ୍ ସଂସ୍ଥା ବେଦାନ୍ତ ସଂସ୍ଥା ସହଯୋଗରେ ଏହି ଦୁଇଟି କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଏହା  ଝାରସୁଗୁଡା ଜିଲ୍ଲାରେ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବାରେ  ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସୁସ୍ଥ ଓଡିଶା, ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଆମେ ନୂଆ ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ସହିତ ହସ୍‌ପିଟାଲ ଗୁଡିକର ଉନ୍ନତିକରଣ କରୁଛୁ । ଏବଂ ଶହ ଶହ ଡାକ୍ତର ଓ ପାରାମେଡିକାଲ ଷ୍ଟାଫଙ୍କୁ ମଧ୍ୟ ନିଯୁକ୍ତି ଦିଆଯାଉଛି।