ରଥ ଟାଣିଲେ ମୁଖ୍ୟମନ୍ତ୍ରୀ

ପୁରୀ:  ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ବର୍ଷକୁ ଥରୁଟିଏ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବାକୁ ଶ୍ରୀମନ୍ଦିର ବାହାରକୁ ଚାଲି ଆସିଛନ୍ତି ତିନି ଠାକୁର । ଦୁଇ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଭକ୍ତଙ୍କୁ ଅନୁମତି ମିଳୁଥିବାରୁ ଜନସମୁଦ୍ରରେ ପରିଣତ ହୋଇଛି ବଡ଼ଦାଣ୍ଡ । ଆଜି ପୁରୀ ଗସ୍ତରେ ଯାଇ ପ୍ରଥମେ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପଟେ ନିର୍ମିତ ମଡେଲ ପ୍ୟାଚ୍ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ । ଦକ୍ଷିଣ ଦ୍ୱାର ନିକଟରେ ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବରିଷ୍ଠ ଅଧିକାରୀଙ୍କ ସହ ଏହି ନିର୍ମାଣ କାମକୁ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଯାଇ ରଥ ଟାଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ମଧ୍ୟ ରଥ ଟାଣିଛନ୍ତି ।