ଜାଗା ମିଶନ ଜରିଆରେ ବସ୍ତିବାସିନ୍ଦାଙ୍କୁ ପଟ୍ଟା ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଜାଗା ମିଶନ ଜରିଆରେ ଓଡ଼ିଶାର ୫ଟି ମହାନଗର ନିଗମର ବସ୍ତିବାସିନ୍ଦାଙ୍କୁ ପଟ୍ଟା ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ମହାନଗର ନିଗମ ଅଞ୍ଚଳର ୮୭୫ ବସ୍ତିର ୬୫ ହଜାର ପରିବାରଙ୍କୁ ଜମି ପଟ୍ଟା ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଛି । ୬୫ ହଜାର ପରିବାର ମଧ୍ୟରୁ କେବଳ ବିଏମସି ଅଞ୍ଚଳରେ ୫୧ ହଜାର ପରିବାରକୁ ପଟ୍ଟା ବଣ୍ଟନ କରାଯିବ ।

ପୂର୍ବରୁ କେବଳ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ମ୍ୟୁନିସିପାଲିଟିର ବସ୍ତିବାସିନ୍ଦାଙ୍କୁ ଜମି ପଟ୍ଟା ବଣ୍ଟନ କରାଯାଉଥିବା ବେଳେ ମହାନଗର ନିଗମ ଅଞ୍ଚଳର ବସ୍ତିବାସିନ୍ଦାଙ୍କୁ ମଧ୍ୟ ପଟ୍ଟା ବଣ୍ଟନ କରିବାକୁ ରାଜ୍ୟ ସରକାର ଗତବର୍ଷ ନିଷ୍ପତ୍ତି ନେଇଥିଲେ । ଏଥିପାଇଁ ଗତବର୍ଷ ନଭେମ୍ବରରେ ଡ୍ରୋନ ଯୋଗେ ସର୍ଭେ କରାଯାଇ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରସ୍ତୁତ କରାଯାଇଥିଲା।