କାଲିଠାରୁ ୩ଦିନ ବିଭିନ୍ନ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: କାଲିଠାରୁ ୩ଦିନ ବିଭିନ୍ନ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ।  ପୁରୁଣା ପୂଜା ଅନୁଷ୍ଠାନକୁ ଯାଇ ମାଙ୍କ ଦର୍ଶନ କରିବେ ଓ ଲୋକଙ୍କୁ ଭେଟିବେ । ତାସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ମଧ୍ୟ ପୂଜା ମଣ୍ଡପ ବୁଲିବେ । ଭୁବନେଶ୍ୱର, କଟକ ସହ ନିଜ ଜିଲ୍ଲା କେନ୍ଦୁଝରରେ ବିଭିନ୍ନ ମଣ୍ଡପ ବୁଲି ମା ଦୁର୍ଗାଙ୍କୁ ଦର୍ଶନ ସହ ଆର୍ଶୀବାଦ ନେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାଲି ମହାଷ୍ଟମୀରେ ଦିନ ୧୧ ଟାରୁ ୨ଟା ୩୦ ଯାଏଁ ଭୁବନେଶ୍ୱରର ବିଭିନ୍ନ ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ । ସେହିପରି ନବମୀ ୧୨ ତାରିଖ ଦିନ କଟକର ପୂଜା ମଣ୍ଡପ ବୁଲି କେନ୍ଦୁଝର ଅଭିମୁଖେ ବାହାରିବେ । ଦଶହରାରେ ନିଜ ଜିଲ୍ଲା କେନ୍ଦୁଝରରେ ଦୁର୍ଗା ପୂଜାରେ ସାମିଲ ହେବେ ।