ଆଜି ପ୍ରବଳ ବର୍ଷା ନେଇ ପୁରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛି ଜିଲ୍ଲା ପ୍ରଶାସନ

ପୁରୀ : ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ପ୍ରବଳ ବର୍ଷା ନେଇ ପୁରୀରେ ଆଜି ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଦିନକ ପାଇଁ ବନ୍ଦ ଘୋଷଣା କଲା ଜିଲ୍ଲା ପ୍ରଶାସନ । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ । ଆଜି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମଧ୍ୟମ ଧରଣର ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକ । ସେହିପରି କଟକ ଓ ଭୁବନେଶ୍ୱର ସମେତ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି ।