ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ହେବନି

ଭୁବନେଶ୍ବର : ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡ଼ିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି । ଯୁବ ସମାଜ, ଛାତ୍ର ସମାଜ ତଥା ପର୍ୟ୍ୟଟକମାନେ ଯେପରି ଆମ କଳା ଓ ସଂସ୍କୃତି ସହିତ ଭଲ ଭାବରେ ପରିଚିତ ହୋଇପାରିବେ, ସେ ଦୃଷ୍ଟିରୁ ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାଛଡା ଛାତ୍ରଛାତ୍ରୀ, କାରିଗର ଓ ବୁଣାକାରମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ନିମନ୍ତେ କୌଣସି ଦେୟ ଆଦାୟ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆମ ରାଜ୍ୟରେ ଥିବା ସଂଗ୍ରହାଳୟଗୁଡିକ ଯେପରି ଅଧିକ ଲୋକପ୍ରିୟ ହେବ ଏବଂ ପର୍ୟ୍ୟଟକମାନେ ସେଗୁଡିକ ପରିଦର୍ଶନର ସୁଯୋଗ ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।