ଚିଟ୍ ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରସ୍ତ କରିଛନ୍ତି ସରକାର

୧୪ ମାସରେ ଚିଟ୍ ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ୪୯ କୋଟି ୬୭ ଲକ୍ଷ ୬୮ ହଜାର ୫୪୮ଟଙ୍କା ଫେରସ୍ତ କରିଛନ୍ତି ସରକାର । ରୋଜ୍ ଭ୍ୟାଲି ଗ୍ରୁପ୍ ଅଫ୍ କମ୍ପାନୀ, ଗୋଲଡେନ୍‌ ଲ୍ୟାଣ୍ଡ ଡେଭଲପର୍ସ ଗ୍ରୁପ୍ ଅଫ୍ କମ୍ପାନୀ, ହାଇ-ଟେକ୍ ଇଷ୍ଟେଟସ୍ ଗ୍ରୁପ୍ ଅଫ୍ କମ୍ପାନୀର ଓ ତଦନ୍ତ କମିଶନଙ୍କ ଅନ୍ତରୀଣ ରିପୋର୍ଟରେ ସୁପାରିଶ କରାଯାଇଥିବା ଜମାକାରୀଙ୍କୁ ମିଶାଇ ସର୍ବ ମୋଟ ୧ ଲକ୍ଷ ୩୩ ହଜାର ୭୫୫ ଜଣ କ୍ଷତିଗ୍ରସ୍ତ ଜମାକାରୀ ଅନ୍ତର୍ଭୁକ୍ତ ଅଛନ୍ତି । ୪ ଲକ୍ଷ ୭୨ ହଜାର ୬୫୧ ଜଣ କ୍ଷୁଦ୍ର ଜମାକାରୀକୁ କର୍ପସ ପାଣ୍ଠିରୁ ଅର୍ଥ ଫେରସ୍ତ ପାଇଁ ସୁପାରିଶ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୬ ହଜାର ୮୦୧ ଜଣ କ୍ଷୁଦ୍ର ଜମାକାରୀକୁ ୪୬ କୋଟି ଟଙ୍କା କର୍ପସ ପାଣ୍ଠିରୁ ଫେରସ୍ତ କରାଯାଇଛି। ସରକାର କ୍ଷୁଦ୍ର ଜମାକାରୀମାନଙ୍କୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ୩୦୦ କୋଟି ଟଙ୍କାର କର୍ପସ୍‌ ପାଣ୍ଠି ସୃଷ୍ଟି କରିଛନ୍ତି । ରାଜ୍ୟରେ ଆନୁମାନିକ ୨୪ କୋଟି ୭୫ ଲକ୍ଷ ୭୮୨ହଜାର କ୍ଷତିଗ୍ରସ୍ତ ଜମାକାରୀ ଥିବା ବେଳେ ୬୮୬୦ କୋଟି ୧୪ ଲକ୍ଷ ୪୨ ହଜାର ୨୬୩ ଟଙ୍କା ବିଭିନ୍ନ ବେଆଇନ୍ ଆର୍ଥିକ ପ୍ରତିଷ୍ଠାନରେ ପୁଞ୍ଜି ନିବେଶ କରିଛନ୍ତି। ଏତିସହିତ ୩ ଲକ୍ଷ ୧୬ ହଜାର ୬୩ ଜଣ ଜମାକାରୀଙ୍କୁ ମୋଟ ୧୨୩ କୋଟି ଟଙ୍କା ଫେରସ୍ତ କରାଯାଇଛି। ଏନେଇ ବିଜେଡି ବିଧାୟକ ଗୌତମ ବୁଦ୍ଧଙ୍କ ପ୍ରଶ୍ନରେ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ।