ଭୁବନେଶ୍ୱର: ମିଶନ ଶକ୍ତି ମା ମାନଙ୍କୁ ସୁଧ ଫେରାଇଲେ ରାଜ୍ୟ ସରାକର । ମିଶନ ଶକ୍ତିକୁ ଆହୁରି ସୁଦୃଢ କରିବା ପାଇଁ ପୁଣି ଏକ ଗୁରିତ୍ୱ ପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଏନେଇ ଋଣ ସୁଧ ଫେରସ୍ତ କାର୍ଯ୍ୟକ୍ରମର ଶୁମ୍ଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।ତେବେ ମିଶନ ଶକ୍ତି ସ୍ଲୋଗାନ ନୁହେଁ , ବରଂ ଏହା ଜୀବନ ଧାରା ପାଲଟିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଏହା ମଧ୍ୟ କହିଛନ୍ତି, ମା ମାନଙ୍କୁ ଉଦ୍ୟୋଗୀ ଭାବେ ଦେଖିବାକୁ ଚାହେଁ । ଓଡିଶାର ରୂପାନ୍ତରଣରେ ସେମାନଙ୍କର ବଡ ଭୂମିକା ରହିଛି । ୧୨୫ କୋଟିର ସୁଧ ରିହାତି ବାଣ୍ଟିବେ ସରକାର। ଉପକୃତ ହେବେ ୨.୫ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ। ଏହାସହ ବିଭିନ୍ନ ଜଲ୍ଲାରେ ମିଶନ ଶକ୍ତି ଭବନ ଉଦଘାଟନ କରିବେ ନବୀନ ପଟ୍ଟନାୟକ। ଏହା ଏକ ମାଇଲଷ୍ଟୋନ୍ ବୋଲି କହିଛନ୍ତି ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ।ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଜିରୋ ଇଣ୍ଟରେଷ୍ଟ ଲୋନ୍ ୩ ଲକ୍ଷରୁ ୫ ଲକ୍ଷକୁ ବୃଦ୍ଧି କରାଗଲା, ଯାହା ଏପ୍ରିଲ୍ ୨୦୨୨ ରେ ଲାଗୁ କରାଯାଇଥିଲା । ଏହା ମଧ୍ୟରେ ଯେତିକି ସୁଧ ହୋଇଥିଲା ତାହା ବଣ୍ଟା ଯାଇଛି ।ଆଗରୁ ବ୍ୟାଙ୍କରୁ ପଇସା ପାଇବା ପାଇଁ ମାସ ମାସ ସମୟ ଲାଗୁଥିଲା କିନ୍ତୁ 5T ରୂପାନ୍ତରିତ କାର୍ୟ୍ୟକ୍ରମ ମାଧ୍ୟମରେ ଆକାଉଣ୍ଟକୁ ସିଧାସଳଖ ସୁଧ ପଇସା ମିଳିଯାଉଛି ।ଯାଜପୁରରେ ଓଡିଶାର ପ୍ରଥମ ମିଶନ ଶକ୍ତି ଭବନ ଲୋକାର୍ପଣ ହେବ । ନିକଟରେ ଗ୍ରାମ୍ୟ ବ୍ୟାଙ୍କରୁ ଶୂନ୍ୟ ପ୍ରତିଶତ ସୁଧରେ ଏକ କୋଟିର ଋଣ ଯୋଗାଇ ଦିଆଯାଇଥିଲା ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯାଜପୁରର ଜିଲ୍ଲାସ୍ତରୀୟ ଫେଡେରେସନ ଭବନକୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରିଥିଲେ ।
ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଏହି ସାମାଜିକ ଓ ଆର୍ଥିକ ସଶକ୍ତିକରଣ କାର୍ଯ୍ୟକ୍ରମ ଆଜି ଏକ ବୈପ୍ଲବିକ ଆନ୍ଦୋଳନରେ ପରିଣତ ହୋଇଛି । ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ପାଇବାର ଯେଉଁ ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ କରିଛନ୍ତି, ତାହା ମା ମାନଙ୍କ ପାଇଁ ବହୁତ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ସେ କହିଥିଲେ ।
କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇ ମିଶନ ଶକ୍ତି ବିଭାଗ କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟନ କହିଲେ ଯେ ଆଗରୁ ସୁଧ ରିହାତି ପାଇବା ପାଇଁ ମା ମାନେ ବ୍ୟାଙ୍କକୁ ବାରମ୍ବାର ଯାଉଥିଲେ। ଏବେ ସେ ଅବସ୍ଥା ଆଉ ନାହିଁ। ୫-ଟିରେ ଟେକ୍ଲୋଲୋଜିରେ ବ୍ୟବସ୍ଥା କରାଯାଇ ଖୁବଶୀଘ୍ର ସୁଧ ରିହାତି ହିସାବ କରି ମା ମାନଙ୍କ ଆକାଉଣ୍ଟକୁ ସିଧାସଳଖ ପଠାଇ ଦିଆଯାଉଛି। ମା ମାନଙ୍କ ପାଇଁ ଯେଉଁ ରିଭଲଭିଂ ଫଣ୍ଡ କରାଯାଇଛି, ତାହା ଏକ ମିନି ବ୍ୟାଙ୍କରେ ପରିଣତ ହେବ ଏବଂ ମା ମାନେ କେବଳ ପାରମ୍ପରିକ ବ୍ୟବସାୟ ନୁହେଁ, ବିଭିନ୍ନ ଆଧୁନିକ ବ୍ୟାବସାୟ ଯଥା – ଫେଶନ ଡିଜାଇନ, କୃଷି ଉଦ୍ୟୋଗ, ବିଉଟି ଓ ୱେଲନେସ୍ ଆଦି ବ୍ୟବସାୟ ଯେପରି କରିପାରିବେ, ସେଥିପାଇଁ ମଧ୍ୟ ବ୍ୟବସ୍ଥା କରାଯାଉଛି। ମା ମାନେ ଏବେ ବ୍ୟବସାୟ କରି ନିଜର ପରିଚୟ ନେଇ ଆଗକୁ ବଢିବେ ବୋଲି ସେ କହିଥିଲେ ।
ଓଡିଶା ଜୀବିକା ମିଶନର ସିଇଓ ମାନସୀ ନିମ୍ଭାଲ ଧନ୍ୟବାଦ ଅର୍ପଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗର ଉପଦେଷ୍ଟା ଶ୍ରୀମତୀ ଲୋପାମୁଦ୍ରା ବକ୍ସିପାତ୍ର, ଡଃ ଗୀତା ବସ୍ତିଆ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ