ଆରମ୍ଭ ହେଲା ଷୋଡଶ ବିଧାନସଭାର ଶେଷ ଅଧିବେଶନ

bêaù^gße: ଆରମ୍ଭ ହେଲା ଷୋଡଶ ବିଧାନସଭାର ଶେଷ ଅଧିବେଶନ ଅଧିବେଶନ ଆରମ୍ଭ ପୂର୍ବରୁ ରାଜ୍ୟପାଳଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର ବିଧାନସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକବ୍ୟକ୍ତ କଲେ ରାଜ୍ୟପାଳ ରଘୁବର ଦାସ ଏହାପରେ ଗୃହରେ ନିଜର ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ ସମସ୍ତ ସଦସ୍ୟଙ୍କୁ ନୂଆବର୍ଷର ଶୁଭେଚ୍ଛା ଶୁଭକାମନା ଜଣାଇବା ସହ ନିଜ ଅଭିଭାଷଣରେ ରାଜ୍ୟ ସରକାରଙ୍କ ଉପଲବ୍ଧିକୁ ବିଧାନସଭାରେ ରଖିଛନ୍ତି ।ରାଜ୍ୟପାଳ ରଘୁବର ଦାସ କହିଛନ୍ତି, ଗତ ୧୭ ଜାନୁଆରୀରେ ୮୦୦ କୋଟି ବ୍ୟୟରେ ହୋଇଥିବା ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ସରକାରଙ୍କୁ ଧନ୍ୟବାଦ ପୁରୀ ପରିକ୍ରମା ପ୍ରକଳ୍ପ ଜରିଆରେ ଭକ୍ତଙ୍କୁ ଆଧ୍ୟାତ୍ମିକ ଅନୁଭବ ଦେବା ସହ ସେମାନଙ୍କ ପାଇଁ ଅନେକ ସୁବିଧା ଯୋଗାଇ ଦିଆଯାଇଛି ଶ୍ରୀମନ୍ଦିର ଠାରୁ ୭୫ ମିଟର ଯାଏଁ ହୋଇଥିବା ପରିକ୍ରମା ପ୍ରକଳ୍ପ ଦ୍ୱାରା ଭକ୍ତମାନେ ଆଧ୍ୟାତ୍ମିକ ଅନୁଭୂତି ହାସଲ କରୁଛନ୍ତି ଏହି ପ୍ରକଳ୍ପ ଭକ୍ତଙ୍କୁ ସମସ୍ତ ପ୍ରକାର ସୁବିଧା ପ୍ରଦାନ କରିବା ସହ ମନ୍ଦିରର ସୁରକ୍ଷା ଦିଗରେ ବଡ ଭୂମିକା ତୁଲାଇବ ପୁରୀକୁ ଭକ୍ତଙ୍କ ଆଗମନ ପାଇଁ ରାଜ୍ୟ ସରକାର ପ୍ରତି ଜିଲ୍ଲାରୁ ଲକ୍ଷ୍ମୀ ଏକ୍ସପ୍ରେସ ବସ୍ ସେବା ଆରମ୍ଭ କରିଛନ୍ତି ଦୂରଦୂରାନ୍ତରରୁ ଆସୁଥିବା ଭକ୍ତଙ୍କ ପାଇଁ ଯେପରି କୌଣସି ସମସ୍ୟା ଦେଖା ନଦେବ ସେଥିପାଇଁ ପରିକ୍ରମା ପ୍ରକଳ୍ପ ଭଳି ଦୂରଦୃଷ୍ଟି ସମ୍ପନ୍ନ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ଓଡ଼ିଆଙ୍କ ଆସ୍ଥାର ପ୍ରତୀକ ଶ୍ରୀମନ୍ଦିରର ଅଦ୍ଭୁତପୂର୍ବ ପରିବର୍ତ୍ତନ ସହ ଐତିହ୍ୟ ସଂସ୍କୃତିକୁ ସୁରକ୍ଷିତ ସଂରକ୍ଷିତ ରଖିବା ପାଇଁ ରାଜ୍ୟର ଧର୍ମାନୁଷ୍ଠାନ ଗୁଡିକର ରୂପାନ୍ତରଣ କାମକୁ ପ୍ରାଥମିକତା ଦେଇଛନ୍ତି