ଆଜି ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଜାତୀୟ ଉଦ୍ୟାନ

ଶିମିଳିପାଳ: ଖୋଲିଲା ଶିମିଳିପାଳ ଅଭୟାରଣ୍ୟ । ଆଜି ଠାରୁ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ଅନୁମତି ରହିଛି । ତେବେ ଯଶିପୁର କାଳିଆଣି ଗେଟ୍ ଦେଇ ୩୫ଟି ଗାଡି ଅନୁପ୍ରବେଶ କରୁଥିବା ବେଳେ ବାରିପଦା ଲୁଲୁଙ୍ଗ ପଟୁ ୨୫ଟି ଗାଡିକୁ ଅନୁପ୍ରବେଶ ପାଇଁ ଅନୁମତି ରହିଛି । ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ ପ୍ରକାର ବନ୍ଦୋବସ୍ତ କରିଛନ୍ତି। ଯଶିପୁରର ଜାମୁଆଣି ଗେଟ ଦେଇ ପର୍ଯ୍ୟଟକଙ୍କୁ ଶିମିଳିପାଳ ପ୍ରବେଶ କରିବା କୁ ଯୋଜନା ରଖିଛି ବନ ବିଭାଗ । ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ଘୋଷଣା କରାଯାଇଛି। ସ୍ଥାନୀୟ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପକ୍ଷରୁ ପର୍ଯ୍ୟଟକ ମାନଙ୍କ ପାଇଁ ରନ୍ଧା ଖାଦ୍ୟ ଯୋଗାଣର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ପର୍ଯ୍ୟଟକଙ୍କୁ ଖାଦ୍ୟର ମୂଲ୍ୟ ଦେବାକୁ ପଡ଼ିବ।