ନୂଆଦିଲ୍ଲୀ-: ଦେଶରେ କୋରୋନା ମାମଲା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ କୋରୋନା ସଂକ୍ରମଣ ମାମଲା ୩ ହଜାର ଉପରେ ପହଞ୍ଚିଛି । ଭାରତରେ ଏଯାଏଁ କୋରୋନା ମାମଲା ସଂଖ୍ୟା ୩,୩୯୫ ଛୁଇଁଛି । କେରଳରେ ସର୍ବାଧିକ ୧୩୩୬ଟି ଆକ୍ଟିଭ ମାମଲା ରହିଛି ।
ଦେଶରେ ପୁଣି ଚିନ୍ତା ବଢ଼ାଇଲାଣି କରୋନା । ୩ ହଜାର ଟପିଲା କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଶନିବାର ସୁଦ୍ଧା ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୩୯୫ ରହିଛି । ଗତ ୨୪ ଘଣ୍ଟାରେ ୬୮୫ଟି ନୂଆ ମାମଲା ଚିହ୍ନଟ ହୋଇଛି । ଏଯାଏଁ ସର୍ବାଧିକ ମାମଲା କେରଳରୁ ଚିହ୍ନଟ ହୋଇଛି । କେରଳରେ ସର୍ବାଧିକ ୧୩୩୬ କୋଭିଡ୍ ମାମଲା ରିପୋର୍ଟ ହୋଇଛି । ଏହା ପରେ ମହାରାଷ୍ଟ୍ର ଏବଂ ଦିଲ୍ଲୀରେ ସର୍ବାଧିକ ଆକ୍ରାନ୍ତ ରହିଛନ୍ତି । ମହାରାଷ୍ଟ୍ରରେ ୪୬୭, ଦିଲ୍ଲୀରେ ୩୭୫ ଗତ ଦୁଇ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ପାର୍ ହୋଇଛି । ୨୪ ଘଣ୍ଟା ଭିତରେ କରୋନା ଯୋଗୁଁ ୪ ଜଣଙ୍କର ଜୀବନ ଯାଇଛି । ଦିଲ୍ଲୀ, କେରଳ, କର୍ଣ୍ଣାଟକ ଏବଂ ଉତ୍ତର ପ୍ରଦେଶରେ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଓଡ଼ିଶାରେ ମଧ୍ୟ ଜଣେ କୋଭିଡ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଜଣେ ୮୦ ବର୍ଷୀୟ ବ୍ୟକ୍ତିଙ୍କର କରୋନାରେ ମୃତ୍ୟୁ ହୋଇଥିବା କୁହାଯାଉଛି ।