ଦେଶରେ ୫୦୦ ତଳକୁ ରହିଛି କୋଭିଡ-୧୯ ସଂକ୍ରମଣ ସଂଖ୍ୟ

ନୂଆଦିଲ୍ଲୀ: କୋଭିଡ-୧୯ ରୁ ସାମାନ୍ୟ ଆସ୍ୱସ୍ତି । ଆଜି ଦେଶରେ ସଂକ୍ରମଣ ସଂଖ୍ୟ ୫୦୦ ତଳକୁ ରହିଥିବା ବେଳେ ସକ୍ରିୟ ଆକ୍ରନ୍ତଙ୍କ ସଂଖ୍ୟ ୬ହଜର ତଳକୁ ରହିଥିବା କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୯୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪୯୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୮,୯୧୬ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟାରେ ୨ଟି ମୃତ୍ୟୁ ରିପୋର୍ଟ କରାଯାଇଥିବା ବେଳେ କୋଭିଡ୍-୧୯ ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୫୬କୁ ବୃଦ୍ଧି ପାଇଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୫୧,୩୫୩। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫,୭୦୭କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି।